ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, କଟକରୁ ୧, ଖୋର୍ଦ୍ଧାରୁ ୩, ସୁନ୍ଦରଗଡରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.