ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି ଓଡିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଗତକାଲି ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକାରୀମାନଙ୍କୁ କହିଲେ ଯେ, ଓଡିଶା ଶିଶୁ ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି । ୨୦୦୫ରୁ ୨୦୨୦ ମଧ୍ୟରେ ଏହି ସଫଳତା ମିଳିଛି । ଦେଶରେ ଏହି ସମୟ ମଧ୍ୟରେ ଏହା ସର୍ବାଧିକ ହ୍ରାସ । ବର୍ତ୍ତମାନ ରାଜ୍ୟର ଶିଶୁ ମୃତ୍ୟୁହାର ପ୍ରତି ଏକ ହଜାରରେ ୩୬କୁ କମିଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ମିଶନ ଶକ୍ତି ବିଭାଗ ଏବଂ ଟିମ୍‌ ଓଡିଶାକୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ଓଡିଶାର ବିକାଶ ଯାତ୍ରାରେ ସମସ୍ତେ ସାମିଲ ହୋଇ ନୂଆ ନୂଆ ସଫଳତା ହାସଲ କରିବା ପାଇଁ ପରାମର୍ଶ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.