csstore

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ବରତୁଣ୍ତା ଇନ୍ଦିରା ପ୍ରିୟଦର୍ଶନୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ଗଣେଶ ଚନ୍ଦ୍ର ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ୱର୍ଦ୍ଧନା ସଭାରେ ମାଣ୍ଡୋସିଲ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶରତ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ବିଭୁତି ଭୁଷଣ ପଟ୍ଟନାୟକ ଯୋଗଦାନ କରିଥିଲେ । ବିଦ୍ୟାଳୟର ଶିକ୍ଷକ ସୁଶୀଲ କୁମାର ତ୍ରିପାଠୀ ବିଦାୟୀ ଶିକ୍ଷକ ଶ୍ରୀ ସାହୁଙ୍କର ଗୁଣଗାନ କରିବା ସହ ସମୟାନୁବର୍ତ୍ତିତ ଭାବରେ ଚାକିରି କାଳ କଟାଇଥିଲେ ବୋଲି ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ପୂରାତନ ଛାତ୍ରଛାତ୍ରୀ ବିଶ୍ବନାଥ ବାଗ, ରୁକ୍ମଣ ଧରୁଆ, ସହଦେବ ସାଉ, ସହଦେବ ମାଝୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଶେଷରେ ଚନ୍ଦ୍ର ଶେଖର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.