ରାଜ୍ୟସଭା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି ନିର୍ଦ୍ଵନ୍ଦରେ ନିର୍ବାଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି ନିଦ୍ୱର୍ନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲି ହୋଇଥିବା ରାଜ୍ୟସଭା ଆସନର ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ଭାବେ ନିରଞ୍ଜନ ନାମାଙ୍କନପତ୍ର ଦାଖଲ କରିଥିଲେ । ଏହି ଉପନିର୍ବାଚନରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସୋମବାର ଶେଷ ତାରିଖ ଥିଲା । ଏହି ଅବଧି ସରିବା ପରେ ଶ୍ରୀ ବିଶି ନିର୍ଦ୍ଵନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି ।

Leave A Reply

Your email address will not be published.