୫ଟି ଜିଲ୍ଲାର ୪୯୦ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫ଟି ଅନ୍ତର୍ଗତ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୯୦ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକର ୧୩୫ଟି, କଳାହାଣ୍ଡିର ୧୦୦ଟି, ଝାରସୁଗୁଡାର ୭୦ଟି ଓ ବରଗଡର ୯୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ରୂପାନ୍ତର ପିଲାଙ୍କ ସ୍ୱପ୍ନ ଓ ସଫଳତା ମଧ୍ୟ୍ୟରେ ସେତୁ ପରି ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.