ଭୟାବହ ଅଗ୍ନିକାଣ୍ଡ : ପାଉଁଶ ହୋଇଗଲା ୬ ବଖରା ଘର

ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଦଇପୁର ପଞ୍ଚାୟତର ଦଇପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୬ ବଖରା ଘର ତା ସହିତ ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନାନୁଯାୟୀ, ଧାମନଗର ବ୍ଲକ ଅନ୍ତର୍ଗତ ଦଇପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଗାଁର ୩ଟି ପରିବାରର ୬ ବଖରା ଘରେ ନିଆଁଲାଗି ଯାଇଛି । ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ ହୋଇଯାଇଛି । ତେବେ ଗାଁ ଲୋକମାନେ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ନିଆଁକୁ ଆୟତ୍ତ କରିପାରି ନଥିଲେ । ଖବର ପାଇ ଧାମନଗର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହା ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.