ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ । ସମସ୍ତ ପ୍ରଶାସନିକ କଳ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା ସ୍ୱାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥା ଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ । ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.