ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୪, ଝାରସୁଗୁଡାରୁ ୧, ଖୋର୍ଦ୍ଧାରୁ ୩୦, ନୂଆପଡାରୁ ୧, ପୁରୀରୁ ୧, ରାୟଗଡାରୁ ୧, ସୁନ୍ଦରଗଡରୁ ୧, ଷ୍ଟେଟପୁଲରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.