ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର, (କେପିଏନ୍ଏସ୍) : ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଗତକାଲି ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରୀ ସିଂଙ୍କୁ ସ୍ୱାଗତ କରିଥିଲେ । ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।