ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୧୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୨୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, କଟକରୁ ୮, ଜଗତସିଂହପୁରରୁ ୧, ଝାରସୁଗୁଡାରୁ ୧, ଖୋର୍ଦ୍ଧାରୁ ୩୭, କୋରାପୁଟରୁ ୧, ପୁରୀରୁ ୧, ସୁନ୍ଦରଗଡରୁ ୨, ଷ୍ଟେଟପୁଲରୁ ୯ ଜଣ ଚିହ୍ନଟ ହୋଇଛନ୍ତି ।