ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୫, ବଲାଙ୍ଗିରରୁ ୧, କଟକରୁ ୧୩, ଜଗତସିଂହପୁରରୁ ୧, ଯାଜପୁରରୁ ୨, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୨୬, ପୁରୀରୁ ୨, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୮, ଷ୍ଟେଟପୁଲରୁ ୬ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.