- ବିଭିନ୍ନ ୨୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
- ତୁରନ୍ତ ସମାଧାନ ହେଲା ବିଭିନ୍ନ ୦୪ ଗୋଟି ଅଭିଯୋଗ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆର୍ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୪ ଗୋଟି ଓ ସାମୁହିକ ଦରଖାସ୍ତ ୦୫ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୨୯ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୦୪ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଭାରପ୍ରାପ୍ତ ବିଡିଓ, ସୋନପୁର ଶଶିଭୂଷଣ ପ୍ରଧାନଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦେଶକ, ଡିଆର୍ଡିଏ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟାଂଶୁ ରୁଟ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।