ଭୁବନେଶ୍ୱର, (କେପିଏନ୍ଏସ୍) : ରଥଯାତ୍ରାରେ ଶ୍ରଦ୍ଧାଳୁମାନଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ପୁରୀ ରେଲୱେ ଷ୍ଟେସନ, ବସ୍ଷ୍ଟାଣ୍ଡ୍ ଏବଂ ବଡଦାଣ୍ଡରେ ସ୍ୱତନ୍ତ୍ର ସ୍ୱାସ୍ଥ୍ୟକେନ୍ଦ୍ର ଖୋଲାଯିବ । ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟ ତଥା ଜରୁରୀକାଳୀନ ଚିକିତ୍ସା ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।