lika

ଡେଲାଙ୍ଗ ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

gbag

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ ପ୍ରକୋଷ୍ଠରେ ସୋମବାର ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ମଣ୍ଡଳ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ (ରାଜସ୍ୱ) ଦିଲ୍ଲୀପ କୁମାର ମହାପାତ୍ର, ଉପଜିଲ୍ଲାପାଳ ଇତିଶ୍ରୀ ନାୟକ, ଅତିରିକ୍ତ ପ୍ରକଳ୍ପ ନିଦ୍ଦେର୍ଶକ (ଡିଆରଡିଏ) ରଶ୍ମି ରେଖା ଦାସ, ବ୍ଲକ ଅଧ୍ୟକ୍ଷା ବାସନ୍ତି ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିଶଂକ,ଏସଡିପିଓ ଦେବଦତ୍ତ ବରାଳ, ଡେଲାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡକ୍ଟର ସନ୍ତୋଷ ତ୍ରିପାଠୀ ,ଆଇଆଇସି ଅନିଲ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ ଯନ୍ତ୍ରୀ ରାଜେଶ୍ଵର ମହାରଣା, ଜଳ ଓ ପରିମଳ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଆଲୋକ ରଞ୍ଜନ ପଣ୍ଡାଙ୍କ ସମେତ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ । ସର୍ବମୋଟ ୧୩୦ଟି ଅଭିଯୋଗର ଜନଶୁଣାଣି ହୋଇଥିଲା । ଅଭିଯୋଗ ଗୁଡିକର ତରନ୍ତ ସମାଧନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ମହାପାତ୍ର । ଶେଷରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

sandip
Leave A Reply

Your email address will not be published.