pr

ଗୋଇମୁଣ୍ଡ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

dr. purohit

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅଶୋକ ନାରାୟଣ ଭୋଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପକ୍ଷୀରାଜ ମାଝୀ, ସହକାରୀ ଶିକ୍ଷୟିତ୍ରୀ ଝରଣା ଦାସ, ଟିକେରାମ ଭୋଇ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ ସହିତ ପରିବେଶ ସୁରକ୍ଷା ସମ୍ପର୍କରେ ସଚେତନ କରିଥିଲେ ।ବିଦ୍ୟାଳୟର ଛାତ୍ରୀ ଲିପସାରାଣୀ ଭୋଇ ନିଜ ଜନ୍ମ ଦିନରେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ । ଆଗାମୀ ଦିନରେ ଆହୁରି ବ୍ୟାପକ ବୃକ୍ଷ ରୋପଣ କରାଯିବା ନେଇ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.