ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଅତିରିକ୍ତ ଥାନା ଅଧିକାରୀ

ଉମରକୋଟ : ଲାଞ୍ଚ ନେଉଥିବା ବେଳେ ଅତିରିକ୍ତ ଥାନା ଅଧିକାରୀ ଭିଜିଲାନ୍ସ ହାତରେ ଧରାପଡିଥିବା ଜଣାପଡିଛି । ସୂଚନା ଅନୁସାରେ ଗୋଟିଏ ପୁରୁଣା କେସ୍‌କୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଟଙ୍କା ନେଇ ଦୌଡି ଚାଲି ଯାଉଥିବା ସମୟରେ ରାତି ୧୨ଟା ସମୟରେ ଲିମରାଜ ପ୍ରଧାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ । ନବରଙ୍ଗପୁର ଭିଜିଲାନ୍ସ ବିଭାଗ ନେତୃତ୍ୱରେ ମାଲକାନଗିରି ଭିଜିଲାନ୍ସ ବିଭାଗ ମିଳିତ ଭାବରେ ଚଢାଉ କରିଥିଲା । ଏହି ଟିମ୍‌ରେ ନବରଙ୍ଗପୁର, ମାଲକାନଗିରି ଓ ଜୟପୁର ଭିଜିଲାନ୍ସ ବିଭାଗର ୧୪ ଜଣିଆ ଏକ ଟିମ୍ ସାମିଲ ରହିଥିଲେ । ବର୍ତ୍ତମାନ ଲିମରାଜ ପ୍ରଧାନଙ୍କୁ ଗିରଫ କରି ନବରଙ୍ଗପୁର ନିଆଯାଇଛି । କୋର୍ଟ ଚାଲାଣ ପାଇଁ ପ୍ରସ୍ତୁତ ହେଉଛି । ତେବେ କିଛି ଦିନ ପୂର୍ବରୁ ଲିମରାଜ ପ୍ରଧାନ ଖାତିଗୁଡ଼ା ଥାନାକୁ ବଦଳି ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.