ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି । ମଧ୍ୟାହ୍ନ ଧୂପ ଶେଷ ପରେ ତଥା ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହେବ । ପ୍ରତି ରଥରେ ଶ୍ରୀଜିଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ । ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅ ପାଣିରେ ପଣା ପ୍ରସ୍ତୁତ ହେବ । ଏହି ପଣାରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ । ପ୍ରତି ରଥରେ ୩ଟି ଲେଖାଏଁ ମାଟି ହାଣ୍ଡିରେ ଅଧର ପଣା ଭୋଗ କରାଯାଇଥାଏ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । କୁହାଯାଏ, ରଥଗୁଡ଼ିକରେ ଥିବା ପାର୍ଶ୍ୱ ଦେବାଦେବୀ, ଚଣ୍ଡିଚାମୁଣ୍ଡାମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ପରେ ଭାଙ୍ଗି ଦିଆଯାଏ ।

Leave A Reply

Your email address will not be published.