ଭଟଲି ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଅନୁଯାୟୀ ଗତକାଲି ଜିଲ୍ଲାର ଭଟଲି ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ୫୫ ଜଣ ତାଙ୍କର ଆପତ୍ତି ଅଭିଯୋଗ କରିଥିଲେ । ଭଟଲି ବ୍ଲକ ଅନ୍ତର୍ଗତ ସମସ୍ତ ଅଧିକାରୀ ଓ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ ଓ ଭଟଲି ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନ, ବିଡ଼ିଓ ମଞ୍ଚାସୀନ ଥିଲେ ।

Leave A Reply

Your email address will not be published.