ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ

ସମ୍ବଲପୁର : ସମ୍ବଲପୁରର ସିଦ୍ଧେଶ୍ୱରବେର୍ଣ୍ଣା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରଧାନ ଆଚାର୍ଯ୍ୟ ଦିଲୀପ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟିର ସଭାପତି ଡ.ଉତ୍ତମ କୁମାର ପ୍ରଧାନ, କୋଷାଧ୍ୟକ୍ଷ ଶଙ୍କର ନାଏକ ଅତିଥି ରୁପେ ଯୋଗ ଦେଇଥିଲେ । ପରୀକ୍ଷାରେ ଶତ ପ୍ରତିଶତ ସଫଳତା ମିଳିଥିବା ଅତିଥି ମାନେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଦିନରେ କଠିନ ପରିଶ୍ରମ କରି ଉଜ୍ୱଳ ଭବିଷ୍ୟତ ଗଢ଼ି ତୋଳିବାକୁ ଆହ୍ୱାନ କରିଥିଲେ ।

Leave A Reply

Your email address will not be published.

error: Content is protected !!