jayashree

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ

ଭୁବନେଶ୍ୱର, (ସମୀର ରଞ୍ଜନ) : ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ । ଗୃହରେ ୧୦ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ । ୧୪ରୁ ୨୯ ତାରିଖ ଭିତରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା ହେବ । ଯେଉଁ ବିଭାଗର ଗୃହରେ ଆଲୋଚନା ହୋଇ ନପାରିବ, ୨୯ ତାରିଖରେ ଗିଲୋଟିନରେ ପାରିତ ହେବ । ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ । ଗୃହ କାର୍ଯ୍ୟ ଶୃଙ୍ଖଳିତ ଭାବେ ଚଳାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.