ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କଦଳୀ ପାଲି ଗ୍ରାମଠାରେ ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ଗତକାଲି ଓଡିଶା ମୋ ପରିବାର ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଶିବିରକୁ ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା ଓ ଓଡ଼ିଶା ମୋ ପରିବାରର ଜିଲ୍ଲା ସଂଯୋଜକ ଗୈାର ମିଶ୍ର, ଜୀବନ ବିନ୍ଦୁର ସଂଯୋଜକ ଅଶ୍ୱିନୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଏଥିରେ ଗ୍ରାମର ୪୧ ଜଣ ରକ୍ତଦାତା ରକ୍ତଦାନ କରିଥିଲେ । ପରେ ସମସ୍ତ ରକ୍ତଦାତାଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ପ୍ରମାଣପତ୍ର ଅତିଥିମାନେ ପ୍ରଦାନ କରିଥିଲେ ।

Leave A Reply

Your email address will not be published.