ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସତର୍କ ବାର୍ତ୍ତା ପ୍ରଦାନ କରାଯାଇଛି । ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପରିପ୍ରେକ୍ଷୀରେ ବିଦ୍ୟାଳୟରେ କୋଭିଡ୍ ନିୟମ ଅନୁପାଳନ କରନ୍ତୁ । ଶିକ୍ଷକ, କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ମାସ୍କ ପିନ୍ଧିବା ସୁନିଶ୍ଚିତ କରନ୍ତୁ । ଜ୍ୱର କିମ୍ବା ଥଣ୍ଡା ଲକ୍ଷଣ ଥିଲେ ସ୍କୁଲ ଯାଆନ୍ତୁ ନାହିଁ । ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।