ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୭୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୬୯୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪, ବାଲେଶ୍ୱରରୁ ୮, ବରଗଡରୁ ୯, ଭଦ୍ରକରୁ ୬, ବଲାଙ୍ଗିରରୁ ୭, ବୌଦ୍ଧରୁ ୧୧, କଟକରୁ ୯୬, ଦେବଗଡରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୩, ଗଞ୍ଜାମରୁ ୮, ଜଗତସିଂହପୁରରୁ ୧୬, ଯାଜପୁରରୁ ୧୨, ଝାରସୁଗୁଡାରୁ ୧୨, କଳାହାଣ୍ଡିରୁ ୫, କନ୍ଧମାଳରୁ ୫, କେନ୍ଦ୍ରାପଡାରୁ ୮, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୨୮୨, କୋରାପୁଟରୁ ୧୨, ମୟୁରଭଞ୍ଜରୁ ୫୯, ନୟାଗଡରୁ ୧୯, ନୂଆପଡାରୁ ୭, ପୁରୀରୁ ୧୯, ରାୟଗଡାରୁ ୬, ସମ୍ବଲପୁରରୁ ୨୩, ସୋନପୁରରୁ ୨୬, ସୁନ୍ଦରଗଡରୁ ୧୪୪, ଷ୍ଟେଟପୁଲରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.