ପଦ୍ମଶ୍ରୀ ଡ. ଅଜୟ ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଇନ୍‌ଷ୍ଟିଟ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ‌ର ନିର୍ଦ୍ଦେଶକ ପଦ୍ମଶ୍ରୀ ଡ. ଅଜୟ ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପରିଡା ଜାତୀୟ ସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ । ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ସ୍ୱୀକୃତି ମିଳିବା କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । କରୋନା ସମୟରେ ଡ. ପରିଡା ଓ ଜୀବ ବିଜ୍ଞାନ ପ୍ରତିଷ୍ଠାନ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ସହାୟତା ଯୋଗାଇ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ବିୟୋଗରେ ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା ବୋଲି ପ୍ରକାଶ କରିବା ସହିତ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପାଦନ କରାଯିବ ବୋଲି ଘୋଷଣା କରିଛନ୍ତି । ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.