ଯଶୋଦା ଫାଉଣ୍ଡେସନ ପକ୍ଷରୁ ଚାରା ରୋପଣ ଓ ଚାରା ବଣ୍ଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ବଉଳଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ ପକ୍ଷରୁ ଏକ ମେଗା ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବଉଳଗାଁ ସରପଞ୍ଚ ପ୍ରତିମା ଦାସ, ସମିତିସଭ୍ୟ ରାମଚନ୍ଦ୍ର ପରିଡା, ପୂର୍ବତନ ସରପଞ୍ଚ ଦୁର୍ଯ୍ୟୋଧନ ପରିଡା, ଶିକ୍ଷାବିତ୍ କୃପାସିନ୍ଧୁ ପଣ୍ଡା, ଛତ୍ରପୁର ପ୍ରେସ କ୍ଲବର ସଭାପତି ପ୍ରଶାନ୍ତ କୁମାର ମହାରଣା, କୃଷି ଗ୍ରାମ ସେବକ ମିଥୁନ ସେଠୀ, ଭ୍ରମରା ଦାସଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇ ବିଭିନ୍ନ କିସମର ଚାରା ରୋପଣ କରିଥିଲେ ଏବଂ ବୃକ୍ଷର ଉପକାରିତା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ଗ୍ରାମ ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ସମସ୍ତ ଅତିଥି ଓ ଗ୍ରାମବାସୀ ମାନେ ବୃକ୍ଷ ରୋପଣ କରିଥିଲେ । ପରେ ଯଶୋଦା ଫାଉଣ୍ଡେସନ ପକ୍ଷରୁ ଗ୍ରାମବାସୀମାନଙ୍କୁ ବିଭିନ୍ନ କିସମର ଚାରା ବଣ୍ଟନ କରାଯାଇଥିଲ। । ସମସ୍ତ କାର୍ଯ୍ୟକ୍ରମକୁ ଫାଉଣ୍ଡେସନର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳି ସାହୁ ପରିଚାଳନାରେ ସକ୍ରୀୟ ସହଯୋଗ କରିଥିଲେ ।

Leave A Reply

Your email address will not be published.