ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟଙ୍କ ପରଲୋକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଥିବା ଖବର ମିଳିଛି । ଚିକିତ୍ସାଧିନ ଅବସ୍ଥାରେ ରାତି ୨ଟା ୨୫ରେ ତାଙ୍କର ବିୟୋଗ ହୋଇଥିବା ସୂଚନା ମିଳିଛି । ବ୍ରେନ୍ ଓ ଲଗ୍ସ କ୍ୟାନସରରେ ପୀଡିତ ଥିଲେ ରାଜେଶ୍ୱରୀ । କ୍ୟାନସରରୁ ଭଲ ମଧ୍ୟ ହୋଇ ଯାଇଥିଲେ । ହେଲେ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରା ଯାଇଥିଲା । ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଟେଲି ଧାରାବାହିକରେ ଖଳ ନାୟିକା ଭୂମିକାରେ ଅଭିନୟ କରି ସେ ଘରେ ଘରେ ପରିଚିତ ଥିଲେ ।

Leave A Reply

Your email address will not be published.