ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୫ ତାରିଖରେ ସଂସଦର ସେଣ୍ଟ୍ରାଲ ହଲ୍‌ରେ ହେବ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବ । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଶପଥ ଗ୍ରହଣରେ ଯୋଗ ଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି । ଗସ୍ତ ଅବସରରେ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ ମଧ୍ୟ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶନିବାର ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ।

Leave A Reply

Your email address will not be published.