ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଜୀଅନ୍ତା ଜାଳି ଦେଇଥିବା ଅଭିଯୋଗ

ସୋର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାରିଙ୍ଗିଆରେ ଗାଁରେ ଘଟିଛି ଏକ ଅମାନୁଷିକ କାଣ୍ଡ । ଜଣେ ଯୁବକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୌଚାଳୟ ଭିତରେ କିରୋସିନି ଢାଳି ଜାଳି ଦେଇଥିବା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, ରବିବାର ସକାଳ ସମୟରେ ବାରିଙ୍ଗିଆ ଗାଁର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୌଚାଳୟ ଭିତରେ ଜୀଅନ୍ତା ପୋଡି ମାରିଦେଇଛି ଜଣେ ଯୁବକ । ମୃତ ଛାତ୍ରୀଙ୍କ ନିକଟରେ ପଡିଛି କଟା ଚୁଟି, ଲାଇଟର ଓ ବିଷ ବୋତଲ । ଏପିରିକି ଛାତ୍ରୀଙ୍କୁ ମାରିବା ପୂର୍ବରୁ ଚୁଟି କାଟିଥିଲେ ଅଭିଯୁକ୍ତ । ଏହାପରେ ଯୁବତୀଙ୍କୁ କିରୋସିନି ଢାଳି ଜୀଅନ୍ତା ଜାଳି ଦେଇଛି ସେହି ଗାଁର ଦୟାନିଧି ଜେନା । ଏବେ ଯାଏଁ ଏହା ପଛର କାରଣ ଅସ୍ପଷ୍ଟ ରହିଛି । ସେପଟେ ଅଭିଯୁକ୍ତ ଯୁବକଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ ।

Leave A Reply

Your email address will not be published.