ସରସ୍ୱତୀ ଶିଶୁ ମନ୍ଦିରର ୨୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ମନ୍ଦାରରେ ଥିବା ସରସ୍ୱତୀ ଶିଶୁ ମନ୍ଦିରର ୨୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥିମାନେ ଭାରତମାତାଙ୍କ ଫୋଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ୱଳନ କରିଥିଲେ । ଶିଶୁ ମନ୍ଦିରର ସମ୍ପାଦକ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ଲଷ୍ମୀଧର ରାଉତ ସଭାପତିତ୍ୱ କରିଥିବା ବେଳେ ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ନଗରପାଳ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ମୁଖ୍ୟ ଅତିଥି, ମୁଖ୍ୟ ବକ୍ତା, ସମ୍ମାନିତ ଅତିଥିମାନେ ଯୋଗ ଦେଇ ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଶିକ୍ଷାଦାନ କରି ଆଗାମୀ ପିଢ଼ି ପାଇଁ ସ୍ୱରସ୍ୱତୀ ଶିଶୁ ମନ୍ଦିର ଆଦର୍ଶ ଅନୁଷ୍ଠାନ ଭାବେ ଯଶ ଲାଭ କରିବ ବୋଲି ମତ ପ୍ରକାଶ କରିଥିଲେ । ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଶ୍ରୀମତୀ କୁନି ସାହୁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଭିନ୍ନ କ୍ଷେତ୍ରରେ କୃତି ଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ । ଶେଷରେ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ଓ ଗୁରୁଜୀ ଲଷ୍ମୀଧର ରାଉତ ଧନ୍ୟବାଦ ପ୍ରଦାନ କରିଥିଲେ ।

Leave A Reply

Your email address will not be published.