jsm

୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା : ସହରର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ

csstore

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ । ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ବରଗଡ଼ ବିକାଶ ଫାଷ୍ଟ ଷ୍ଟେପ୍‌ର ଛାତ୍ର ଆଦିତ୍ୟରାଜ୍‌ଙ୍କ ମୃତ୍ୟୁକୁ ନେଇ ସକାଳ ୬ଟା ସଂଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରିବାକୁ ଆହ୍ୱାନ ।

ଖବର ଅନୁଯାୟୀ, ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ସ୍କୁଲ କର୍ତ୍ତୃପକ୍ଷ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ, ସମସ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଏବଂ ଆଦିତ୍ୟରାଜ ମୃତ୍ୟୁ ଘଟଣାକୁ ନେଇ ବିକାଶ ସ୍କୁଲ ଆଗରେ ଗତ ୨୫ ତାରିଖ ଦିନ ଅଭିଭାବକମାନେ ପ୍ରତିବାଦ ପ୍ରଦର୍ଶନ କରୁଥିବା ବେଳେ ସାମ୍ବାଦିକ ବିରେନ୍ଦ୍ର ପ୍ରଧାନଙ୍କ ସମେତ ୯ ଜଣଙ୍କ ବିରୁଦ୍ଧରେ ମିଥ୍ୟା ମାମଲା ରୁଜୁ କରିଥିବା ବରଗଡ଼ ପୋଲିସ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏହି ବନ୍ଦ ଡାକରା ଦିଆଯାଇଛି ।

ସେହିପରି ବନ୍ଦର ପ୍ରଭାବରେ ବରଗଡ଼ ସହରର ଦୋକାନ ବଜାର, ସରକାରୀ ବେସରକାରୀ ଅଫିସ, ସ୍କୁଲ, କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଆନ୍ଦୋଳନକାରୀ ବରଗଡ଼ ସହରର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଥିବାରୁ ଯାନବାହନ ଚଳାଚଳ ବନ୍ଦ ରହିଛି । ବରଗଡ଼ ସଚେତନ ନାଗରିକ କମିଟିର ଏହି ବନ୍ଦ ଡାକରାକୁ ସମସ୍ତ ରାଜନୈତିକ ଦଳ, ବରଗଡ଼ ସାମ୍ବାଦିକ ସଂଘ, ବରଗଡ଼ ଜିଲ୍ଲା ଓକିଲ ସଂଘ, ଅଭିଭାବକ ସଂଘ ସମେତ ବିଭିନ୍ନ ସଂଗଠନ ସମର୍ଥନ କରୁଛନ୍ତି ।

yuvodaya
Leave A Reply

Your email address will not be published.