ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୫୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୦୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪, ବାଲେଶ୍ୱରରୁ ୮, ବରଗଡରୁ ୩୭, ଭଦ୍ରକରୁ ୩, ବଲାଙ୍ଗିରରୁ ୧୭, ବୌଦ୍ଧରୁ ୩, କଟକରୁ ୧୮, ଦେବଗଡରୁ ୬, ଗଜପତିରୁ ୬, ଗଞ୍ଜାମରୁ ୯, ଜଗତସିଂହପୁରରୁ ୪, ଯାଜପୁରରୁ ୧୫, ଝାରସୁଗୁଡାରୁ ୧୨, କଳାହାଣ୍ଡିରୁ ୩୪, କନ୍ଧମାଳରୁ ୧୬, କେନ୍ଦ୍ରାପଡାରୁ ୫, କେଉଁଝରରୁ ୮, ଖୋର୍ଦ୍ଧାରୁ ୯୬, କୋରାପୁଟରୁ ୯, ମୟୁରଭଞ୍ଜରୁ ୫୯, ନବରଙ୍ଗପୁରରୁ ୨୫, ନୟାଗଡରୁ ୧୩, ନୂଆପଡାରୁ ୧୫, ପୁରୀରୁ ୩, ରାୟଗଡାରୁ ୨୮, ସମ୍ବଲପୁରରୁ ୮୮, ସୋନପୁରରୁ ୧୨, ସୁନ୍ଦରଗଡରୁ ୧୫୭, ଷ୍ଟେଟପୁଲରୁ ୨୦ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.