csstore

ବିଡିଓଙ୍କ ସରକାରୀ ବାସଭବନ ଉଦ୍‌ଘାଟନ କଲେ ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓଙ୍କ ସରକାରୀ ବାସଭବନକୁ ଉଦ୍‌ଘାଟନ କରିଛନ୍ତି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏଥିରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ବିଡ଼ିଓ ରିପୁନାଥ ସୁନା, ହିସାବ ଅଧିକାରୀ ଜ୍ୟୋତି ପ୍ରକାଶ ମିଶ୍ର, ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ଜିଲ୍ଲା ପରିଷଦ ସଦସ୍ୟ ଓମ ପ୍ରକାଶ କୁମ୍ଭାର, ଭାଲୁମୁଣ୍ଡା ପୂର୍ବତନ ସରପଞ୍ଚ ଉପେନ୍ଦ୍ର ମେହେର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରା ପ୍ରମୁଖଙ୍କ ସହ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ଓ ବ୍ଲକର କର୍ମଚାରୀମାନେ ପ୍ରମୁଖ ଉପସ୍ଥିତ ଥିଲେ । ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓଙ୍କ ସରକାରୀ ବାସଭବନ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ମତ ପ୍ରକାଶ ପାଇଛି ।

jayashree
Leave A Reply

Your email address will not be published.