ଗୁଦେରପାଲିରେ ସ୍ୱାଧୀନତା ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡର ଗୁଦେରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ଶିକ୍ଷାବିତ୍ ବିଶ୍ୱେଶ୍ୱର ଦେବତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ । ସେହିପରି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଓ ଯୁକ୍ତ ଦୁଇ କଳା ମହାବିଦ୍ୟାଳୟରେ ସମାଜ ସେବୀ କିଶୋର ଚନ୍ଦ୍ର ଦେବତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ରାମଚନ୍ଦ୍ର ପାତ୍ର ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ସ୍ଥାନୀୟ ବାପୁଜୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ପ୍ରଧାନ ଶିକ୍ଷକ କମଲାକାନ୍ତ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ତ୍ରିରଙ୍ଗା ପତାକା ଉତ୍ତୋଳନ ହୋଇଯାଇଛି ।

Leave A Reply

Your email address will not be published.