ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ବନ୍ୟା ପରିସ୍ଥିତିର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଗତକାଲି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରିଛନ୍ତି । ସବୁ ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’, ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକାର ୧୦ଟି ଜିଲ୍ଲାରେ ବନ୍ୟା ସମ୍ଭାବନା ଦେଖାଦେଇଛି । ଜିଲ୍ଲାପାଳମାନେ ସତର୍କ ରହିବା ସହ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି । ଗତକାଲି ହୀରାକୁଦର ୮ଟି ଗେଟ୍‌ ବନ୍ଦ କରାଯାଇଛି ଏବଂ ବର୍ତ୍ତମାନ ୨୬ଟି ଗେଟ୍‌ ଖୋଲା ରହିଛି । ଏହା ଦ୍ୱାରା ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି । ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି ଏନଡିଆରଏଫ୍ ଟିମ୍‌, ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.