jayashree

ଲଘୁଚାପଜନିତ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍ତର ଓଡିଶାରେ ଲଘୁଚାପଜନିତ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ବାଲେଶ୍ୱର ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫର ୨ଟି ଲେଖାଏଁ ଟିମ୍ ଏବଂ ମୟୁରଭଞ୍ଜ ଜିଲ୍ଲାରେ ଗୋଟିଏ ଲେଖାଏଁ ଟିମ୍ ମୁତୟନ ହୋଇଛି । ଉଭୟ ଜିଲ୍ଲାରେ ୪ଟି ଅଗ୍ନିଶମ ସେବା ଟିମ୍ ମୁତୟନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.