csstore

ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରଦ୍ଧାଞ୍ଜଳି ସଭା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସଭାଗୃହଠାରେ ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ତଥା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୪ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସକାଳେ ଏକ ବାଇକ ରାଲି ଅନୁଷ୍ଠିତ ହୋଇଯାିଛି । ଏହି ଅବସରରେ ଆୟୋଜିତ ସଭାରେ ବିଶ୍ୱହିନ୍ଦୁ ପରିଷଦର କେଦ୍ରୀୟ ସାଧାରଣ ସମ୍ପାଦକ ମିଳନ୍ଦ ପାରାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିନ୍ଦୁ ଧର୍ମ ଓ ଗୋ ସୁରକ୍ଷା ପାଇଁ ସେ ସର୍ବଦା ସଂଗ୍ରାମ କରି ଆସୁଥିଲେ । ତାଙ୍କର ଅବର୍ତମାନ ଆମ ସମସ୍ତଙ୍କ ପାଇଁ ଅପୂରଣୀୟ କ୍ଷତି, ଏଣୁ ସ୍ୱାମୀଜୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ୱାନ ଦେଇଥିଲେ । ସେହିପରି ମୁଖ୍ୟବକ୍ତା ଭାବେ କ୍ଷେତ୍ରୀୟ ସହ ସମ୍ପାଦକ ଗୌରୀ ପ୍ରସାଦ ବ୍ରହ୍ମ, ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କ୍ଷେତ୍ରୀୟ ସଂଗଠନ ସମ୍ପାଦକ ସପନ ଚକ୍ରବର୍ତି, ଓଡିଶା ପୂର୍ବ ସଂଗଠନ ସମ୍ପାଦକ ସ୍ୱାମୀ ଜୀବନ ମୁକ୍ତାନନ୍ଦ ପୁରୀ, ଶରତ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇ ସ୍ୱାମୀଜୀଙ୍କ ସ୍ମୃତିଚାରଣ କରିଥିଲେ । ଏହି ଶ୍ରଦ୍ଧାଞ୍ଜଳି ସଭାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବିଏଚ୍‌ପି, ଓଏବିଭିପି, ବିଜେପି କର୍ମୀ ଓ ଅନ୍ୟମାନେ ଯୋଗ ଦେଇଥିଲେ ।

jayashree
Leave A Reply

Your email address will not be published.