୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର୍ ଫୋର୍ସ ଗଠନ କରାଯିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର୍ ଫୋର୍ସ ଗଠନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଏହି ଫୋର୍ସ୍‌ର ୩ଟି ରେଞ୍ଜ ହେଡ କ୍ଵାର୍ଟର ରହିବ । ପ୍ରତ୍ୟେକ ରେଞ୍ଜ ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ । ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.