ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବିପୁଳିଙ୍ଗି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ସଂସ୍କୃତ ପଣ୍ଡିତ ରମେଶ ଚନ୍ଦ୍ର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ ସାଂଗକୁ ସ୍ଵାଗତ ସମ୍ଭାଷଣ ଦେଇଥିଲେ । ଅନୁଷ୍ଠାନର ସଭାପତି ଉପେନ୍ଦ୍ର ମହାନ୍ତି ସଭାପତିତ୍ଵ କରିଥିବା ବେଳେ ଉପସଭାପତି ଶ୍ରୀମତୀ ଗୀତା ପାଢୀ, ସଦସ୍ୟ ଶ୍ରୀରାମ ପ୍ରସାଦ ପଟ୍ଟନାୟକ, ସଦସ୍ୟା ଶ୍ରୀମତୀ ସୁନୀତା ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟଅତିଥି ତାଙ୍କ ବକ୍ତବ୍ୟରେ ଜୀବନରେ ଗୁରୁର ଭୂମିକା କିପରି ଗୁରୁତ୍ୱପୂର୍ଣ୍ଣ ସେ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରଧାନାଚାର୍ଯ୍ୟ, ସଭାପତି, ଆଚାର୍ଯ୍ୟ ଶ୍ରୀକାନ୍ତ ମହାପାତ୍ର ପ୍ରମୁଖ ଏହି ଦିବସର ତାତ୍ପର୍ଯ୍ୟ ବୁଝାଇଥିଲେ । ଗୁରୁପୂଜନ ଦିବସ ଅବସରରେ ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀଙ୍କୁ ସମ୍ମାନୀତ କରିବା ସହ ଉପଢ଼ୌକନ ପ୍ରଦାନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ମାନଙ୍କୁ ସମ୍ମାନୀତ କରିଥିଲେ । ଶେଷରେ ବରିଷ୍ଠ ଆଚାର୍ଯ୍ୟ ଟି. ସୁରେଶ କୁମାର ଆଚାରୀ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ଏହି କାର୍ଯ୍ୟକ୍ରମରେ ସକ୍ରୀୟ ସହଯୋଗ କରିଥିଲେ ।

Leave A Reply

Your email address will not be published.

error: Content is protected !!