oom

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟଠାରେ ନୂଆଁଖାଇ ଭେଟ୍‌ଘାଟ୍‌

jsmm

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ହେଲପିଂ ଏଚିଭର୍ସ ଫାଉଣ୍ଡେସନ ପକ୍ଷରୁ ବରଗଡ଼ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ଡ. ପ୍ରଭାସ କୁମାର ସିଂ ଓ ମୁଖ୍ୟ ବକ୍ତା ଭାବେ ପଦ୍ମଶ୍ରୀ ହଳଧର ନାଗ, ସମ୍ମାନିତ ଅତିଥି ଭାବେ ବରଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ, ବରଗଡ଼ ମ୍ୟୁନିସିପାଳିଟି ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ, ସମ୍ବଲପୁରୀ ବସ୍ତ୍ରାଳୟର ସଭାପତି ସମ୍ବିତ୍ ଆଚାର୍ଯ୍ୟ, ଫାଉଣ୍ଡେସନର ସଭାପତି ଦିବାକର ମାଝୀ, ବିଦ୍ୟାଳୟର ପରିଚାଳନା କମିଟି ଅଧ୍ୟକ୍ଷ ଡ଼. ଜୟଦେବ ସାହୁ, ସମାଜସେବୀ ନିହାରିକା ଗିରି ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା, ଜାତୀୟ ଓ ଆର୍ନ୍ତଜାତୀୟ ସ୍ତରରେ କ୍ରୀଡାରେ ପ୍ରତିନିଧିତ୍ଵ କରିଥିବା ଜିଲ୍ଲାର ଯୁବ ପ୍ରତିଭାମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା ।

jittmm
Leave A Reply

Your email address will not be published.