pr

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୧୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୭୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୧, ବଲାଙ୍ଗିରରୁ ୧୧, କଟକରୁ ୩୩, ଦେବଗଡରୁ ୩, ଗଞ୍ଜାମରୁ ୧, ଯାଜପୁରରୁ ୬, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୧୬, କନ୍ଦମାଳରୁ ୩, କେନ୍ଦ୍ରାପଡାରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୪୦, କୋରାପୁଟରୁ ୩, ମୟୁରଭଞ୍ଜରୁ ୨, ନବରଙ୍ଗପୁରରୁ ୧୧, ନୟାଗଡରୁ ୬, ନୂଆପଡାରୁ ୧୧, ପୁରୀରୁ ୪, ରାୟଗଡାରୁ ୨, ସମ୍ବଲପୁରରୁ ୯, ସୋନପୁରରୁ ୪, ସୁନ୍ଦରଗଡରୁ ୧୩, ଷ୍ଟେଟପୁଲରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

nrusinghnath
Leave A Reply

Your email address will not be published.