csstore

ଟାଉନହଲ ଠାରେ ଜିଲ୍ଲାସ୍ତରୀୟ ନୂଆଁଖାଇ ଭେଟଘାଟ-୨୦୨୨ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଟାଉନହଲ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ନୂଆଁଖାଇ ଭେଟଘାଟ-୨୦୨୨ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିଥିମାନେ ମା’ ସମଲେଇଶ୍ୱରୀ ଓ ପାଟଣେଶ୍ୱରୀଙ୍କ ଠାରେ ପୁଷ୍ପମାଲ୍ୟ ଅର୍ପଣ କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଂଜନ ମିଶ୍ର ଅତିଥି ମାନଙ୍କୁ ସ୍ୱାଗତ କରି ମଂଚ ଉପରକୁ ଆମନ୍ତ୍ରିତ କରିଥିଲେ । ଜିଲ୍ଲାପାଳ ଚଂଚଳ ରାଣାଙ୍କ ସଭାପତିତ୍ୱରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକନୀ ସାହୁ, ରାଜ୍ୟସଭା ସାଂସଦ ନିରଂଜନ ବିଶି, ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ବିଧାୟକ ନରସିଂହ ମିଶ୍ର, ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ଏସ୍‌ପି ନିତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ ପ୍ରମୁଖ ଅତିଥି ଭାବେ ମଂଚାସୀନ ଥିଲେ । ଏଥିରେ ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଏହି କ୍ରମରେ ସ୍ମରଣିକା ଚତୁରଙ୍ଗକୁ ଅତିଥିମାନଙ୍କ ଦ୍ୱାରା ଲୋକାର୍ପଣ କରାଯାଇଥିଲା । ଅତିଥିମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିବା ବେଳେ ଏହି ସଭାକୁ ସଂଚାଳନ କରିଥିଲେ ସମ୍ବାଦିକ ସନ୍ଦିପ କୁଅଁର । ସଭା ସାଙ୍ଗ ହେବା ପରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

jayashree
Leave A Reply

Your email address will not be published.