ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନ ଶକ୍ତି ଗୋଷ୍ଠୀର ମହିଳାମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ମାନେ ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ । ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା’ମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ପରି ଗୁରୁଦାୟିତ୍ୱକୁ ନିର୍ବାହ କରି ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ୫-ଟି ସଚିବ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ସେନେଇ ମା’ମାନେ ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.