oom

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ ଭଟପାଲି ଗ୍ରାମରେ ଜନ ଶୁଣାଣୀ କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ଆଂଶିକ ପ୍ରଭାବିତ ପାଟଣାଗଡ ବ୍ଲକର ତମିଆଁ ଗ୍ରାମ ପଂଚାୟତ ଅନ୍ତର୍ଗତ ଭଟପାଲି ଗ୍ରାମ ଠାରେ ଏକ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ତଥା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ପୁନର୍ବାସ ଓ ଥଇଥାନ ପ୍ରକଳ୍ପ ନିର୍ଦ୍ଦେଶକ ମହେନ୍ଦ୍ର କୁମାର ମହାପାତ୍ର, ବଲାଙ୍ଗିର ଉପଜିଲ୍ଲାପାଳ ତଥା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ସ୍ଵତନ୍ତ୍ର ଭୂ–ଅର୍ଜନ ଅଧିକାରୀ କୁମାର ନାଗଭୂଷଣ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ନିରଞ୍ଜନ ରାଉତ, ପାଟଣାଗଡ ଭାରପ୍ରାପ୍ତ ଉପଜିଲ୍ଲାପାଳ ଡ଼ ପୁଷ୍ପାଞ୍ଜଳି ପଣ୍ଡା, ପାଟଣାଗଡ ଉପଖଣ୍ଡ ପୋଲିସ ଅଧିକାରୀ ଜ୍ୟୋତିର୍ମୟ ଭୁକ୍ତା, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଅନ୍ୟାନ୍ୟ ଅଧିକାରୀଙ୍କ ସମେତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ଆଂଶିକ ପ୍ରଭାବିତ ଭଟପାଲିର ଗ୍ରାମବାସୀ ତଥା ଅନ୍ୟ ଗ୍ରାମବାସୀ ମାନେ ଯୋଗଦେଇଥିଲେ । ଭଟପାଲି ଏକ ଆଂଶିକ ପ୍ରଭାବିତ ଗ୍ରାମ ଏବଂ ଏ ସଂକ୍ରାନ୍ତରେ ଜମି ଅଧିଗ୍ରହଣ, କ୍ଷତି ପୂରଣ ରାଶି ପ୍ରଦାନ ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ତଥା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ପୁନର୍ବାସ ଓ ଥଇଥାନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ମହାପାତ୍ର ସବିଶେଷ ବୁଝାଇଥିଲେ । ଗ୍ରାମବାସୀଙ୍କର ବିଭିନ୍ନ ଆପତ୍ତି ଅଭିଯୋଗଗୁଡିକର ଶୁଣାଣୀ କରିବା ସହ ଗ୍ରାମର ସର୍ବାଙ୍ଗୀନ ବିକାଶ ନିମନ୍ତେ ଗ୍ରାମବାସୀ ମାନେ ଉପସ୍ଥାପନ କରିଥିବା ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରାଯାଇ ଗ୍ରାମର ବିକାଶ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ ।

jittmm
Leave A Reply

Your email address will not be published.