ଦିପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ଦିପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ସାହୁ ସଭାପତିତ୍ୱ ଅନୁଷ୍ଠିତ ଏକ ସଭାରେ ପ୍ରକୃତି ବନ୍ଧୁ ମୀନକେତନ ସାହୁ ଯୋଗ ଦେଇ ଜଳବାୟୁ ପରିବର୍ତ୍ତନ, ଉତ୍ତାପ ବୃଦ୍ଧି, ପରିବେଶ ସୁରକ୍ଷା ଉପରେ ଆଲୋଚନା କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା ସଂପର୍କରେ ଉଦ୍‌ବୋଧନ ଦେଇଥିଲେ । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ଅଁଳା ଚାରା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଅଂଶଗ୍ରହଣ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ ।

Leave A Reply

Your email address will not be published.

error: Content is protected !!