jsm

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

csstore

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୬୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୩, ବଲାଙ୍ଗିରରୁ ୧୦, ବୌଦ୍ଧରୁ ୩, କଟକରୁ ୨୮, ଦେବଗଡରୁ ୨, ଢେଙ୍କାନାଳରୁ ୬, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬, ଯାଜପୁରରୁ ୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୨, କେନ୍ଦ୍ରାପଡାରୁ ୭, କେଉଁଝରରୁ ୩, ଖୋର୍ଦ୍ଧାରୁ ୫୬, କୋରାପୁଟରୁ ୨, ମୟୁରଭଞ୍ଜରୁ ୩, ନୟାଗଡରୁ ୫, ନୂଆପଡାରୁ ୮, ପୁରୀରୁ ୩, ରାୟଗଡାରୁ ୨, ସମ୍ବଲପୁରରୁ ୯, ସୋନପୁରରୁ ୬, ସୁନ୍ଦରଗଡରୁ ୨୨, ଷ୍ଟେଟପୁଲରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

yuvodaya
Leave A Reply

Your email address will not be published.