୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତକାଲି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଛନ୍ତି । ଆଲୋଚନା ପରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା ଶିଳ୍ପାଞ୍ଚଳର ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନ ଏବଂ ସେମାନଙ୍କ ସଂଘର କର୍ମକର୍ତ୍ତାମାନେ ଆଲୋଚନାରେ ଭାଗ ନେଇଥିଲେ । ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକ ଗୁଡିକର ପାର୍କିଂ ସମସ୍ୟା, ଶ୍ରମିକଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା । ଶିଳ୍ପାଞ୍ଚଳରେ ଦୁଇ ହଜାରରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲର ବ୍ୟବସ୍ଥା କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.