୨୦୨୨ ସେପ୍ଟେମ୍ବର ମାସରେ ୧,୪୭,୬୮୬ କୋଟି ଟଙ୍କାର ସକଳ ଜିଏସଟି ରାଜସ୍ୱ ଆଦାୟ

• କ୍ରମାଗତ ୭ ମାସ ଧରି ମାସିକ ଜିଏସଟି ରାଜସ୍ୱ ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଛି
• ଓଡ଼ିଶାରେ ଜିଏସଟି ସଂଗ୍ରହ ୧୩ ପ୍ରତିଶତ ବଢ଼ିଲା ; ସେପ୍ଟେମ୍ବର ୨୦୨୨ ମାସରେ ୩ ହଜାର ୭୬୫ କୋଟି ଟଙ୍କାର ଜିଏସଟି ଆଦାୟ
• ସେପ୍ଟେମ୍ବର ୨୦୨୨ରେ ସଂଗୃହିତ ଜିଏସଟି ରାଜସ୍ୱ ୨୦୨୧ର ସମାନ ମାସ ତୁଳନାରେ ୨୬% ଅଧିକ
• ସେପ୍ଟେମ୍ବର ମାସରେ ଆଉ ଏକ ଉପଲବ୍ଧି ହାସଲ ; ୩୦ ସେପ୍ଟେମ୍ବର ୨୦୨୨ ଦିନ ଜିଏସଟି ପୋର୍ଟାଲରେ ୧.୧ କୋଟିଇ-ୱେ ବିଲ ଏବଂ ଇନଭଏସ (୭୨.୯୪ଇ-ଇନଭଏସ ଏବଂ ୩୭.୭୪ ଲକ୍ଷଇ-ୱେ ବିଲ) ଜାରି ହେଲା

ନୂଆଦିଲ୍ଲୀ, (ପିଆଇବି) : ସେପ୍ଟେମ୍ବର ୨୦୨୨ ମାସରେ ସକଳ ଜିଏସଟି ସଂଗ୍ରହ ୧,୪୭,୬୮୬ କୋଟି ଟଙ୍କା ଟପିଛି । ଏଥିମଧ୍ୟରୁ ସିଜିଏସଟି ୨୫,୨୭୧ ଏବଂ ଏସଜିଏସଟି ୩୧,୮୧୩ କୋଟି ଟଙ୍କା ରହିଛି ।ସେହିପରି ଆଇଜିଏସଟି ୮୦,୪୬୪ କୋଟି ଟଙ୍କା (ବସ୍ତୁ ଆମଦାନୀରୁ ସଂଗୃହିତ ୪୧,୨୧୫ କୋଟି ଟଙ୍କା ସମେତ) ଏବଂ ସେସ ୧୦,୧୩୭ କୋଟି ଟଙ୍କା (ବସ୍ତୁ ଆମଦାନୀରୁ ସଂଗୃହିତ ୮୫୬ କୋଟି ଟଙ୍କା ସମେତ) ରହିଛି ।

ସରକାର ସିଜିଏସଟି ବାବଦରେ ୩୧,୮୮୦ କୋଟି ଟଙ୍କା ପରିଶୋଧ କରିବା ସହିତ ଆଇଜିଏସଟିରୁ ନିୟମିତ ପରିଶୋଧ ବାବଦରେ ୨୭ ହଜାର ୪୦୩ କୋଟି ଟଙ୍କା ପରିଶୋଧ କରିଛନ୍ତି ।ନିୟମିତ ପରିଶୋଧ ପରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମୋଟ୍‌ ରାଜସ୍ବ ପରିମାଣ ସେପ୍ଟେମ୍ବର ୨୦୨୨ରେ ସିଜିଏସଟି ବାବଦରେ ୫୭ ହଜାର ୧୫୧ କୋଟି ଟଙ୍କା ଏବଂ ଏସଜିଏସଟି ବାବଦରେ ୫୯ ହଜାର ୨୧୬ କୋଟି ଟଙ୍କା ରହିଛି ।

ଓଡ଼ିଶାରେ ସେପ୍ଟେମ୍ବର ୨୦୨୨ମାସରେ ୩ ହଜାର ୭୬୫ କୋଟି ଟଙ୍କାର ଜିଏସଟି ରାଜସ୍ବ ଆଦାୟ ହୋଇଛି । ଗତବର୍ଷ ସେପ୍ଟେମ୍ବର ମାସରେ ୩ ହଜାର ୩୨୬ କୋଟି ଟଙ୍କାର ଜିଏସଟି ସଂଗ୍ରହ କରାଯାଇଥିଲା । ଚଳିତବର୍ଷ ସେପ୍ଟେମ୍ବର ମାସରେ ରାଜ୍ୟରେ ଜିଏସଟି ସଂଗ୍ରହ ୧୩ ପ୍ରତିଶତ ବୃଦ୍ଧି ପାଇଛି ।

ଗତବର୍ଷ ସମାନ ମାସ ତୁଳନାରେ ସେପ୍ଟେମ୍ବର ୨୦୨୨ ମାସରେ ଜିଏସଟି ରାଜସ୍ବ ସଂଗ୍ରହ ୨୬% ବୃଦ୍ଧିପାଇଛି ।ଏହି ମାସ ସମୟରେ ବସ୍ତୁ ଆମଦାନୀରୁ ସଂଗୃହିତ ରାଜସ୍ବ ପରିମାଣ ୩୯% ଅଧିକ ଥିବା ବେଳେ ଘରୋଇ କାରବାର (ସେବା ଆମଦାନୀ ସମେତ)ରୁ ସଂଗୃହିତ ରାଜସ୍ବ ପରିମାଣ ଗତବର୍ଷ ସମାନ ମାସ ତୁଳନାରେ ୨୨% ଅଧିକ ରହିଛି ।
କ୍ରମାଗତ ୭ ମାସ ଧରି ମାସିକ ଜିଏସଟି ରାଜସ୍ବ ସଂଗ୍ରହ ୧.୪ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି ।ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ଜିଏସଟି ରାଜସ୍ବ ସଂଗ୍ରହ ଗତବର୍ଷର ଏହି ଅବଧି ତୁଳନାରେ ୨୭% ଅଧିକ ରହିଛି । ଏହା ଉଚ୍ଚ ରାଜସ୍ବ ବୃଦ୍ଧିକୁ ଦର୍ଶାଉଛି । ଅଗଷ୍ଟ ୨୦୨୨ରେ ୭.୭ କୋଟି ଇ-ୱେ ବିଲ ସୃଷ୍ଟି କରାଯାଇଥିଲା ।ଏହା ଜୁଲାଇ ୨୦୨୨ରେ ଜାରି ହୋଇଥିବା ୭.୫ କୋଟି ଇ-ୱେ ବିଲ ତୁଳନାରେ ଅଧିକ ।

ଚଳିତ ମାସରେ ଗୋଟିଏ ଦିନରେ ଦ୍ବିତୀୟ ସର୍ବାଧିକ ଜିଏସଟି ରାଜସ୍ବ ସଂଗ୍ରହ କରାଯାଇଥିଲା ।ସେପ୍ଟେମ୍ବର ୨୦ ତାରିଖରେ ୪୯ ହଜାର ୪୫୩ କୋଟି ଟଙ୍କାର ଜିଏସଟି ଆଦାୟ ହୋଇଥିଲା ଏବଂ ଦ୍ବିତୀୟ ସର୍ବାଧିକ ୮.୭୭ ଲକ୍ଷ ଚାଲାଣ ଦାଖଲ କରାଯାଇଥିଲା ।ଏଥିପୂର୍ବରୁ ୨୦ ଜୁଲାଇ ୨୦୨୨ରେ ଗୋଟିଏ ଦିନରେ ସର୍ବାଧିକ ୯.୫୮ଲକ୍ଷ ଚାଲାଣ ଦାଖଲ କରାଯିବା ସହିତ ୫୭ ହଜାର ୮୪୬ କୋଟି ଟଙ୍କାର ଜିଏସଟି ଆଦାୟ ହୋଇଥିଲା ।ଏହି ତଥ୍ୟ ଦର୍ଶାଉଛି ଯେ ଜିଏସଟିଏନ ଦ୍ବାରା ପରିଚାଳିତ ଜିଏସଟି ପୋର୍ଟାଲ ସମ୍ପୂର୍ଣ୍ଣ ଭାବେ ସ୍ଥିର ଏବଂ ବାଧାମୁକ୍ତ ପ୍ରଦର୍ଶନ କରୁଛି ।ସେପ୍ଟେମ୍ବର ମାସରେ ଆଉ ଏକ ଉପଲବ୍ଧି ହାସଲ କରାଯାଇଛି ।୩୦ ସେପ୍ଟେମ୍ବର ୨୦୨୨ ଦିନ ଜିଏସଟି ପୋର୍ଟାଲରେ ୧.୧ କୋଟି ଇ-ୱେ ବିଲ ଏବଂ ଇନଭଏସ (୭୨.୯୪ ଇ-ଇନଭଏସ ଏବଂ ୩୭.୭୪ ଲକ୍ଷ ଇ-ୱେବିଲ) ଜାରି ହୋଇଛି ।
ତଳେ ଦିଆଯାଇଥିବା ଚାର୍ଟରେ ଚଳିତବର୍ଷର ମାସିକ ସକଳ ଜିଏସଟି ରାଜସ୍ବ ସଂଗ୍ରହର ଧାରା ପ୍ରଦର୍ଶିତ ହୋଇଛି ।ସେପ୍ଟେମ୍ବର ୨୦୨୧ ତୁଳନାରେ ସେପ୍ଟେମ୍ବର ୨୦୨୨ରେ ପ୍ରତ୍ୟେକ ରାଜ୍ୟରେ ସଂଗୃହିତ ଜିଏସଟି ଆଦାୟର ରାଜ୍ୟୱାରୀ ତଥ୍ୟ ପ୍ରଦାନ କରାଗଲା ।

Leave A Reply

Your email address will not be published.

error: Content is protected !!