ମହାତ୍ମାଗାନ୍ଧୀଙ୍କ ପ୍ରିୟ ଭଜନ ଗୁଡିକର ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ତଥା ଅହିଂସା ରଥ ପରିକ୍ରମାର ସମାପନ ଦିବସ ପରିପ୍ରେକ୍ଷୀରେ ସାଂସ୍କୃତିକ ବିଭାଗ ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ପ୍ରିୟ ଭଜନ ଗୁଡିକର ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ୦୨ ଅକ୍ଟୋବର, ୨୦୨୨ ତାରିଖ ସନ୍ଧ୍ୟା ୬ଟା ୩୦ ମିନିଟ୍ ସମୟରେ ରବୀନ୍ଦ୍ର ମଣ୍ଡପରେ ଏହା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!