lika

ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ : ଗାନ୍ଧୀ ଦର୍ଶନ ଓ ଚିନ୍ତନ ପ୍ରଚାର ପ୍ରସାର କରିବା ଉପରେ ଗୁରୁତ୍ଵାରୋପ

gbag

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୁତ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଜୟନ୍ତୀ ସମାରୋହ ପାଳନ ଉପଲକ୍ଷେ ପ୍ରତ୍ୟୁଷ ରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୁନ ପ୍ରଚାର କରାଯାଇଥିଲା । ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀମାନେ ପ୍ରଭାତ ଫେରି କରି ସହର ପରିକ୍ରମା କରିଥିଲେ । ପୂର୍ବାହ୍ନରେ ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଚଞ୍ଚଳ ରାଣା, ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଲିକା ସାହୁଙ୍କ ସମେତ ପ୍ରଶାସନିକ ଅଧିକାରୀ, ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଗାନ୍ଧୀନଗର ପଡା ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା, ବଲାଙ୍ଗିର ପୌରଣିଷଦର ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର କୁମାର ମହାପାତ୍ର, ଉପ –ଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସମେତ ବଲାଙ୍ଗିର ସହରର ବହୁ ବିଶିଷ୍ଠ ବ୍ୟକ୍ତି, ବିଭିନ୍ନ ସଂଗଠନର କର୍ମକର୍ତ୍ତା ତଥା ଜନସାଧାରଣ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପ୍ରତିମୂର୍ତ୍ତି ସ୍ଥଳରେ ଏକ ସର୍ବ ଧର୍ମ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା । ଏହି ପ୍ରାର୍ଥନା ସଭାରେ ପଣ୍ଡିତ ବ୍ରଜ ବିହାରୀ ତ୍ରିପାଠୀ ଗୀତା ପାଠ, ମୌଲବୀ ମହମ୍ମଦ ମୋସାହିଦ ରାଜା କୋରାନ ପାଠ ଓ ଗ୍ରନ୍ଥି ଜସବିର ସିଂ ଗ୍ରନ୍ଥ ସାହେବ ପାଠ କରିଥିଲେ । ଏହି ଅବସରରେ ସେଠାରେ ଅନୁଷ୍ଠିତ ସଭାରେ ବଲାଙ୍ଗିର ବିଧାୟକ ଶ୍ରୀଯୁକ୍ତ ମିଶ୍ର ଉଦବୋଧନ ଦେଇ ମହାତ୍ମା ଗାନ୍ଧୀଙ୍କ ଜୀବନୀ ଓ ଆଦର୍ଶ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରିବା ନିମନ୍ତେ ବିଦ୍ୟାଳୟ ସ୍ତରରେ ଉଦ୍ୟମ ହେବା ଆବଶ୍ୟକ ବୋଲି ମତବ୍ୟକ୍ତ୍ୟ କରିବା ସହ ଗାନ୍ଧୀଜୀଙ୍କ ସମ୍ପର୍କରେ ବିଭିନ୍ନ ସ୍ତରରେ ସେମିନାର ମାନ ଆୟୋଜନ କରି ଗାନ୍ଧୀ ଦର୍ଶନ ଓ ଚିନ୍ତନ ପ୍ରଚାର ପ୍ରସାର କରିବା ଉପରେ ଗୁରୁତ୍ଵାରୋପ କରିଥିଲେ । ଲାଲ ବାହାଦୁର ଶାସ୍ତ୍ରୀଙ୍କ ସଂଘର୍ଷମୟ ଜୀବନ ଓ ତାଙ୍କ ଆଦର୍ଶ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ। ଦେବକୀ ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା, ବଲାଙ୍ଗିର ପୌପରିଷଦର ପୌରାଧ୍ୟକ୍ଷା ଲିକା ସାହୁ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୀବନୀ ଓ ଜୀବନାଦର୍ଶ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ ଦେଇଥିଲେ । ସନ୍ଧ୍ୟାରେ ପତିତପାବନ ଏକାଡେମୀ ହଲରେ ଗାନ୍ଧୀ ଭଜନ ସନ୍ଧ୍ୟା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ସମ୍ମାନିତ ଅତିଥି ଭାବେ ପ୍ରଫେସର ମଧୁସୂଦନ ପତି, ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ଜୀବନୀ ଓ ଆଦର୍ଶ ସମ୍ପର୍କରେ ବକ୍ତ୍ୟବ୍ୟ ପ୍ରଦାନ କରିଥିଲେ । ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ଅନୁଷ୍ଠିତ ଓଡିଆ ବକ୍ତୃତା ପ୍ରତିଯୋଗଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ଉଚ୍ଚ ବିଦ୍ୟାଳୟ ସ୍ତରରେ ଲୋପାମୁଦ୍ରା ମିଶ୍ର, ବନାଗ୍ନି ମିଶ୍ର ଓ କରନ ବାଗ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ହୋଇଥିବା ବେଳେ ମହା ବିଦ୍ୟାଳୟ ସ୍ତରରେ ଆର୍ଯ୍ୟନ ରାଉତ, ପୁନମ କୁମାର ଦିଶ୍ରୀ ଓ ଆୟୁଷୀ ନନ୍ଦ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ହୋଇ ପୁରସ୍କାର ଗ୍ରହଣ କରିଥିଲେ । ପରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଆୟୋଜିତ ଗାନ୍ଧୀ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମରେ ଜୟଦେବ କଳା ସଂସଦ ବଲାଙ୍ଗିରର କଳାକାର ମାନେ ଗାନ୍ଧୀ ଭଜନ ପରିବେଷଣ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ ଦେଇଥିଲେ ।

sandip
Leave A Reply

Your email address will not be published.