jayashree

ଟ୍ରକ୍‌ ଓ ଅଟୋରିକ୍ସା ମଧ୍ୟରେ ଧକ୍କା : ୭ ମୃତ

  • ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ବଡୋଦରା : ଗୁଜରାଟର ବଦୋଦରାଠାରେ ବାୟୁସେନା ଷ୍ଟେସନ ଦାର୍ଜିପୁରା ନିକଟରେ ଏକ ଅଟୋରିକ୍ସା ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଛି ଫଳରେ ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା ।

ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଜିଲ୍ଲା କଲେକ୍ଟର ଏପି ଗୋର ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ସୁରଟରୁ ଅହମଦାବାଦ ଯାଉଥିବା ଟ୍ରକ ଡ୍ରାଇଭର କାର ଡ୍ରାଇଭରଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବା ବେଳେ ଷ୍ଟିଅରିଂ ଉପରୁ ନିଜର ନିୟନ୍ତ୍ରଣ ହରାଇଥିଲେ । ଫଳରେ ଦୁର୍ଘଟଣା ଘଟିଥିଲା । ଭୁଲ ପାର୍ଶ୍ୱରୁ ୧୭ ଜଣ ଯାତ୍ରୀଙ୍କୁ ନେଇ ଆସୁଥିବା ଅଟୋ ରିକ୍ସାକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୭ଜଣଙ୍କର ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ଯୋଗୁଁ ଜାତୀୟ ରାଜପଥ ନଂ -୪୮ରେ ଟ୍ରାଫିକ୍‌ ଜାମ ହୋଇଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ସେ ମୃତକଙ୍କ ସମ୍ପର୍କୀୟ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପରିବାରକୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି ଯେ, ସଡ଼କ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହିତ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି ।

Leave A Reply

Your email address will not be published.